Home » Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Weather Report of Odisha
Share this:

ଭୁବନେଶ୍ଵର: ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଘଟିଛ। ଶୀତର ପ୍ରଭାବ ହ୍ରାସ ପାଇଥିବାବେଳେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନାରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜିଲ୍ଲା ଗୁଡିକ ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ସୁବର୍ଣ୍ଣପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ ଓ ବୌଦ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

[amazon_auto_links id=”10233″]

Share this: