Home » Odisha Weather Report:୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାରେ ସମ୍ଭାବନା

Odisha Weather Report:୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାରେ ସମ୍ଭାବନା

Weather Report of Odisha
Share this:

ଭୁବନେଶ୍ଵର: ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାରେ ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଏବଂ ଜଗତ୍‍ସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହାସହ ୧୧ଟି ଜିଲ୍ଲାରେ କାଳବୈଶଖୀ ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସ୍ଥିତି ଉପରେ ନଜର ରଖିବାକୁ ତଥା ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର୍‍ ଅବଗତ କରାଇଛନ୍ତି।

[amazon_auto_links id=”9932″]

Share this:

Leave a Reply

Your email address will not be published. Required fields are marked *