Home » Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ

Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ

Weather Report of Odisha
Share this:

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ପାଣିପାଗକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ଏହିସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ସୂଚନା ଅନୁସାରେ ଆଜି ଠାରୁ ଆସନ୍ତାକାଲି ପୂର୍ବାହ୍ନ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

[amazon_auto_links id=”10233″]

Also Read | ଏମିତି ଏକ ଦେଶ ଯାହା ପ୍ରାୟ କରୋନାକୁ ପରାସ୍ତ କରିଛି! ମାସ୍କ ପିନ୍ଧିବା ଜରୁରୀ ନୁହେଁ, ଜାଣନ୍ତୁ କିପରି …

Share this:

Leave a Reply

Your email address will not be published. Required fields are marked *