ଭୁବନେଶ୍ଵର: Odisha Weather Report ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।
ସୂଚନା ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇବ ବୋଲି ଜଣାପଡ଼ିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

