Home » Odisha Weather Report Updates: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Odisha Weather Report Updates: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

odisha_weather
Share this:

ଭୂବନେଶ୍ଵର: Odisha Weather Latest Report Updates ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ତ୍ତନ ଠାରୁ ବାୟୁମଣ୍ଡଳର ୫.୮କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଗତ କାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା କାଲି ୯ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସେହିପରି ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟ।। ମଧ୍ୟରେ ଗଜପତି, ଗଂଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ୯ ତାରିଖରେ ରାଜ୍ୟରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *