ପୁରୀ: Radha Pada Darshan ଆସନ୍ତାକାଲି ବୁଧବାର ପବିତ୍ର ଅଁଳା ନବମୀ। କରୋନା ମହାମାରୀର ଦୁଇବର୍ଷ ପରେ ଏଥର ଶ୍ରଦ୍ଧାଳୁ ରାଧାପାଦ ଦର୍ଶନ କରିପାରିବେ। ଏହି ଅବସରରେ ପୁରୀ (Puri) ଜିଲ୍ଲା ସାକ୍ଷୀଗୋପାଳସ୍ଥିତ ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ପରିସରରେ ୨୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।
ରାଧାପାଦ ଦର୍ଶନ (Radha Pada Darshan)
ସୂଚନା ଅନୁସାରେ ରାଧାପାଦ ସ୍ପର୍ଶ ଉପରେ କଟକଣା ଜାରି କରାଯାଇଛି। ଭକ୍ତ ଏବଂ ଶ୍ରଦ୍ଧାଳୁ କେବଳ ରାଧାପାଦ ଦର୍ଶନ କରିପାରିବେ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ କହିଛନ୍ତି।
ସେହିପରି ସିଂହ ଦ୍ୱାର ଦେଇ ଶ୍ରଦ୍ଧାଳୁ ଧାଡ଼ିରେ ଆସି ଶାନ୍ତିଶୃଙ୍ଖଳାରେ ଠାକୁରଙ୍କୁ ଦର୍ଶନ କରିବେ। ଉତ୍ତରଦ୍ୱାରରେ ସେମାନେ ପ୍ରସ୍ଥାନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ୨୦ ପ୍ଲାଟୁନ ଫୋର୍ସ ଓ ୫୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି।
Read Also
- Lathikata Tehsildar Vigilance Arrest: ଗାଡ଼ିରୁ ୫ ଲକ୍ଷ ନଗଦ ଜବତ

- Valid Vehicle Insurance Check in Odisha: ଓଡ଼ିଶାରେ ବୈଧ ମୋଟର ଯାନ ବୀମା ଯାଞ୍ଚ କଡ଼ାକଡ଼ି, କଟିବ ଚାଲାଣ

- Odisha Textbook Error: ପାଠ୍ୟପୁସ୍ତକ ତ୍ରୁଟି ନେଇ ସରକାରଙ୍କ କଠୋର ଆଭିମୁଖ୍ୟ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

- 12th International Day of Yoga: ଓଡ଼ିଶାରେ ସପ୍ତାହବ୍ୟାପୀ ଯୋଗ ମହୋତ୍ସବର ଶୁଭାରମ୍ଭ

- Raja Parba: ଓଡ଼ିଆ ଅସ୍ମିତା, ନାରୀ ସମ୍ମାନ ଓ ସାଂସ୍କୃତିକ ଐତିହ୍ୟର ମହାପର୍ବ


