Home » Weather Report: ଓଡ଼ିଶାରେ ପ୍ରବଳ ବର୍ଷା ହେବ,ୟେଲୋ ୱାର୍ଣ୍ଣିଂ ଜାରି

Weather Report: ଓଡ଼ିଶାରେ ପ୍ରବଳ ବର୍ଷା ହେବ,ୟେଲୋ ୱାର୍ଣ୍ଣିଂ ଜାରି

Weather Report of Odisha
Share this:

ଭୁବନେଶ୍ଵର: ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆଜି ପ୍ରାୟ ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ବଜ୍ରପାତ ଓ ବର୍ଷା
ସମ୍ଭାବନାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଓଡ଼ିଶା, ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମବଙ୍ଗ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ରାଜ୍ୟରେ ତିନି ଦିନ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୧୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ୱରର, ଭଦ୍ରକ, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା,କଳାହାଣ୍ଡି, କନ୍ଧମାଳ, ବୌଦ ଓ ଢେଙ୍କାନାଳ। ବିଶେଷକରି ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଓ ଅନୁଗୁଳରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବାବେଳେ ଜଗତ୍‍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୁଳ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ସେହିପରି ୨ ତାରିଖରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ସହିତବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share this: