Home » Weather Report: ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା

Weather Report: ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା

Weather Report of Odisha
Share this:

ଭୁବନେଶ୍ଵର: ପଶ୍ଚମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ – ଆଇ.ଏମ୍‍.ଡି.ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଏବଂ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ବିଶେଷକରି ସମୁଦ୍ରକୂଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି।


ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ପୁରୀ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ରେଡ୍‍ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

Also Read | PUBG BACK: PUBG ଭାରତକୁ ଫେରି ଆସିବ!

Share this:

Leave a Reply

Your email address will not be published. Required fields are marked *