ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ କୋଭିଡ-୧୯ ର ସାମ୍ପ୍ରତ୍ତିକ ସ୍ଥିତି ଓ ପ୍ରତିହତ ପଦକ୍ଷେପର ସମୀକ୍ଷା
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ କୋଭିଡ-19 ସଂକ୍ରାନ୍ତ ସପ୍ତଦଶ ଉଚ୍ଚସ୍ତରୀୟ ମନ୍ତ୍ରୀମଣ୍ଡଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶନିବାର ଦିନ ଦିଲ୍ଲୀର ନିର୍ମାଣ ଭବନଠାରେ ଭିଡିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ. ଜୟଶଙ୍କର, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ଚୌବେ ଯୋଗଦେଇଥିଲେ। ଦେଶର ସାଂପ୍ରତିକ…
