ବରିଷ୍ଠ ଅଭିନେତା ଅଜିତ ଦାସଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଆ ସିନେ ଜଗତର ବରିଷ୍ଠ ଅଭିନେତା ଅଜିତ ଦାସ ଆଜି ଏଠାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୭୧ ବର୍ଷ ବୟସ୍କ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍ ଦାସ ୭୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ତାଙ୍କ ପରଲୋକରେ ବହୁ ଚଳଚ୍ଚିତ୍ର ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ, ନିର୍ଦେଶକ ଓ ଅନ୍ୟ ବ୍ୟକ୍ତି ବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ଅଜିତ୍ ଦାସ ମୟୂରଭଞ୍ଜର କରଞ୍ଜିଆଠାରେ ୧୯୪୯ ଜାନୁଆରୀ ୨୦ରେ…
