ଭଦ୍ରକ: Dhamnagar Byelection Result ପୁଣି ଧାମନଗର ଉପନିର୍ବାଚନରେ ବିଜେପି ଜିତିଛି। ଧାମନଗରବାସୀ ଭାରତୀୟ ଜନତା ପାର୍ଟି (BJP) ର ନେତା ସ୍ଵର୍ଗତ ବିଷ୍ଣୁ ଚରଣ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ (Suryabanshi Suraj) ଙ୍କୁ ଅଧିକ ଭୋଟ ଦେଇ ବିଜୟୀ କରାଇଛନ୍ତି। ସେ ବିଜେଡ଼ି ଅବନ୍ତୀ ଦାସ (Abanti Das) ଙ୍କୁ ପରାସ୍ତ କରିଛନ୍ତି।
ସୂଚନା ଅନୁସାରେ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ସୂର୍ଯ୍ୟବଂଶୀ ସୂରଜ ୯୮୮୧ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜେଡି ପାର୍ଥୀ ଅବନ୍ତୀ ଦାସଙ୍କୁ ପରାସ୍ତ କରିଛନ୍ତି। ଏଥି ସହିତ ଉପନିର୍ବାଚନରେ ବିଜେଡିର ବିଜୟ ଧାରାରେ ବ୍ରେକ ଲାଗିଛି।
ସୂଚନାଯୋଗ୍ୟ, ଏହି ନିର୍ବାଚନ ମଣ୍ଡଳୀରେ ୨୦୧୯ ସାଧାରଣ ନିର୍ବାଚନରେ ବିଷ୍ଣୁସେଠୀଙ୍କୁ ୮୦ ହଜାର ୧୧୧ ଖଣ୍ଡ ଭୋଟ୍ ମିଳିଥିଲା। ନିକଟତମ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କୁ ୭୫ ହଜାର ୪୮୬ ଖଣ୍ଡ ଭୋଟ ମିଳିଥିଲା। ବିଷ୍ଣୁ ସେଠୀ ୪ ହଜାର ୬୨୫ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିଲେ।
ଗତ ୩ ତାରିଖ ଦିନ ଧାମନଗରରେ ଉପନିର୍ବାଚନ ( Dhamnagar Byelection Result) ଅନୁଷ୍ଠିତ ହୋଇଥିଲା। ଏହାର ଗଣତି ଆଜି ସକାଳ ୮ଟାରୁ ଆରମ୍ଭ ହୋଇଥିଲା। ଭୋଟ ଗଣତିର ପ୍ରଥମ ରାଉଣ୍ଡରୁ ହିଁ ବିଜେପିକୁ ଅଧିକ ଭୋଟ୍ ମିଳୁଥିଲା ଏବଂ ଶେଷରେ ବିଜେପି ହିଁ ବିଜୟ ହାସଲ କରିଛି।
ଅନ୍ୟ ପକ୍ଷରେ, ଧାମନଗର ଉପନିର୍ବାଚନରେ ଧର୍ମର ଜୟ ତଥା ଧାମନଗରର ବିଜୟ ହୋଇଛି। ଗଣତନ୍ତ୍ରର ବିଜୟ ହୋଇଛି। ଏହି ବିଜୟ, ଧାମନଗରର ମାତୃଶକ୍ତି, ଯୁବଶକ୍ତିର ବିଜୟ। ସ୍ୱର୍ଗୀୟ ବିଷ୍ଣୁ ଭାଇଙ୍କ ପ୍ରତି ଅଞ୍ଚଳବାସୀଙ୍କର ଥିବା ଭଲ ପାଇବାର ବିଜୟ। ଓଡ଼ିଆ ସ୍ୱାଭିମାନର ବିଜୟ। ଏପରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସେ ପୁଣି କହିଛନ୍ତି ଯେ, “ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବାବା ଆଖଣ୍ଡଳମଣିଙ୍କ ଆଶୀର୍ବାଦରୁ ଜନସାଧାରଣଙ୍କ ଭଲ ପାଇବା ଓ ଆମ କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମ ସାର୍ଥକ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ଆମ ଦଳକୁ ବିଜୟୀ କରିଥିବା ଧାମନଗରବାସୀଙ୍କୁ ଅଶେଷ ଅଶେଷ କୃତଜ୍ଞତା ଜ୍ଞାପନ କରୁଛି।“
ସେ କହିଛନ୍ତି ଯେ, ଧାମନଗର ମାଟି ହେଉଛି ରାଜା ମୁକୁନ୍ଦ ଦେବଙ୍କର ବୀରତ୍ୱ ଗାଥାର ସ୍ମୃତିକୁ ସାଉଁଟି ରଖିଥିବା ମାଟି। ଏହି ଅଞ୍ଚଳର ସ୍ୱାଭିମାନୀ ଧାମନଗରବାସୀମାନେ ସର୍ବଦା ଯୋଗ୍ୟ ପ୍ରତିନିଧିଙ୍କୁ ନିର୍ବାଚିତ କରିଥା’ନ୍ତି। ସୂରଜଙ୍କ ପରି ଯୋଗ୍ୟ ପ୍ରାର୍ଥୀଙ୍କୁ ଭୋଟ୍ ଦେଇଥିବାରୁ ମୁଁ ଧାମନଗରବାସୀଙ୍କୁ ଧନ୍ୟବାଦ ଜଣାଉଛି।
Read Also
- Lathikata Tehsildar Vigilance Arrest: ଗାଡ଼ିରୁ ୫ ଲକ୍ଷ ନଗଦ ଜବତ

- Valid Vehicle Insurance Check in Odisha: ଓଡ଼ିଶାରେ ବୈଧ ମୋଟର ଯାନ ବୀମା ଯାଞ୍ଚ କଡ଼ାକଡ଼ି, କଟିବ ଚାଲାଣ

- Odisha Textbook Error: ପାଠ୍ୟପୁସ୍ତକ ତ୍ରୁଟି ନେଇ ସରକାରଙ୍କ କଠୋର ଆଭିମୁଖ୍ୟ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

- 12th International Day of Yoga: ଓଡ଼ିଶାରେ ସପ୍ତାହବ୍ୟାପୀ ଯୋଗ ମହୋତ୍ସବର ଶୁଭାରମ୍ଭ

- Raja Parba: ଓଡ଼ିଆ ଅସ୍ମିତା, ନାରୀ ସମ୍ମାନ ଓ ସାଂସ୍କୃତିକ ଐତିହ୍ୟର ମହାପର୍ବ



