Home » ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ପଜିଟିଭ ଚିହ୍ନଟ

ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ପଜିଟିଭ ଚିହ୍ନଟ

Amit Shah
Share this:

ନୂଆଦିଲ୍ଲୀ :କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିଛି ସେ ନିଜେ ଟୁଇଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। ଏଥି ସହିତ, ସମ୍ପର୍କ ଥିବା ଲୋକଙ୍କୁ ମଧ୍ୟ କରୋନା ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି । ଟ୍ୱିଟରରେ ଲୋକମାନେ ତାଙ୍କୁ ଶୀଘ୍ର କରୋନା ଭୂତାଣୁ ସଂକ୍ରମଣରୁ ସୁସ୍ଥ ହେବାକୁ କାମନା କରିବା ଆରମ୍ଭ କରିଛନ୍ତି।

ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା ଟ୍ଵିଟ କରି ସୂଚନା ଦେଇଛନ୍ତି ଯେ, ତାଙ୍କର ରିପୋର୍ଟ୍ ପଜିଟିଭ ଆସିଛି।ସେ କହିଛନ୍ତି କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ, ମୁଁ ପରୀକ୍ଷା କଲି ଏବଂ ରିପୋର୍ଟଟି ପଜିଟିଭ ଆସିଲା | ମୋର ସ୍ୱାସ୍ଥ୍ୟ ଭଲ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶରେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ଆପଣମାନେ ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସମ୍ପର୍କ ରେ ଆସିଛନ୍ତି ଦୟାକରି ନିଜର ପରୀକ୍ଷା କରାଇ ନିଅନ୍ତୁ

कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है परन्तु डॉक्टर्स की सलाह पर अस्पताल में भर्ती हो रहा हूँ। मेरा अनुरोध है कि आप में से जो भी लोग गत कुछ दिनों में मेरे संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।

— Amit Shah (@AmitShah) August 2, 2020

FROM THE WEB

Share this: