ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଭୁବନେଶ୍ୱର (Bhubaneswar) ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି।
ସୂଚନାଅନୁସାରେ ଆଜି ୧୯ ଅପ୍ରେଲ ସୋମବାର ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ୨୦ ଅପ୍ରେଲ ମଙ୍ଗଳବାର ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ପ୍ରଭୃତି ୧୬ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏଥି ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ପବନର ବେଗ ୩୦ରୁ ୪୦ କିମିରେ ବହିପାରେ। କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼କୁ ଦୃଷ୍ଟିରେ ରଖି ଏହି ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥିସହିତ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ଵର ପକ୍ଷରୁ ସୂଚନା ରହିଛି।
[amazon_auto_links id=”10233″]
