Home » Odisha Weather News Updates: ଆଜି କାଳବୈଶାଖୀ ପାଇଁ ୧୭ ଜିଲ୍ଲାକୁ ଆଲର୍ଟ ଜାରି; ୭ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

Odisha Weather News Updates: ଆଜି କାଳବୈଶାଖୀ ପାଇଁ ୧୭ ଜିଲ୍ଲାକୁ ଆଲର୍ଟ ଜାରି; ୭ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

Odisha Weather Updates kalabaishakhi
Share this:

ଭୁବନେଶ୍ଵର: Odisha Weather News Updates ଟ୍ରପଲାଇନ ପ୍ରଭାବରେ ସାରା ରାଜ୍ୟରେ ଦିନରେ ଟାଣଖରା ହେଉଥିବାବେଳେ ଅପରାହ୍ନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେଉଛି। ସେହିପରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି।


ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଏବଂ ଅନୁଗୋଳ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

Advertisement

ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଆଦି ୧୭ ଜିଲ୍ଲାରେ ଅପରାହ୍ନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାର ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।। ସେହିପରି ୭ଜିଲ୍ଲାରେ ଘଡ଼ଘଡ଼ି ଏବଂ ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisement

Share this:

Leave a Reply

Your email address will not be published. Required fields are marked *