Home » Odisha Weather Updates : ରାଜ୍ୟରେ ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଅକ୍ଟୋବର ୧ରୁ ଆହୁରି ବଢିବ

Odisha Weather Updates : ରାଜ୍ୟରେ ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଅକ୍ଟୋବର ୧ରୁ ଆହୁରି ବଢିବ

odisha_weather_updates
Share this:

ଭୁବନେଶ୍ୱର (ବ୍ୟୁରୋ): Odisha Weather Updates For next 7 Days ଓଡ଼ିଶାରେ ଆଜିଠାରୁ ୩୦ତାରିଖ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ  ପ୍ରବଳ ବର୍ଷା ହେବାର ସମ୍ଭାବନା (Odisha Weather Updates) ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ତେବେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ, ୨୮ ଏବଂ ୨୯ ତାରିଖରେ ରାଜ୍ୟର କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।


ସେହିପରି ଆସନ୍ତା ଅକ୍ଟୋବର ୧ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଥିବାରୁ ଏହା ପ୍ରଭାବରେ ୧ ତାରିଖରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ବଢ଼ିବାର ସମ୍ଭାବନା ରହିଛି ବୋଲି ଅନୁମାନ କରିଛି ପାଣିପାଗ କେନ୍ଦ୍ର ଭୂବନେଶ୍ଵର।

ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨ ଏବଂ ୩ ତାରିଖରେ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢିବା ନେଇ ଆକଳନ କରାଯାଇଛି। କିନ୍ତୁ ବର୍ତ୍ତମାନ ସୁଦ୍ଧା ଘୂର୍ଣ୍ଣିବଳୟଟି ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।

Read Also | Buy products across Home,Kitchen,Garden,Furniture,Sports and more now online at Amazon India

[amazon_auto_links id=”10233″]


Share this:

Leave a Reply

Your email address will not be published. Required fields are marked *