ରାଜ୍ୟରେ ପୁଣି ୨୬୪ କରୋନା ପଜିଟିଭ
ରାଜ୍ୟରେ ଆଉ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୨୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି , ଯାଜପୁର ଜିଲ୍ଲାରୁ ୪୧ ଜଣ , କେଉଁଝର ଜିଲ୍ଲାରୁ…
