ଓଡ଼ିଶାରେ ରେକର୍ଡ ସଂଖ୍ୟକ ୧୬୯୯ ଜଣ କରୋନା ପଜିଟିଭ ଚିହ୍ନଟ,ଲୋକାଲ ସଂକ୍ରମିତ ୬ଶହ ପାର ଏବଂ ସୁନ୍ଦରଗଡରୁ ୧୭୮
ଭୁବନେଶ୍ଵର :ରାଜ୍ୟରେ ଆଜି ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୦୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୨୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୨୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରୁ…
