ରାଜ୍ୟରେ ପୁଣି ୧୪୬ କରୋନା ପଜିଟିଭ ସହିତ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ପାର
ସୋମବାର ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ପାର କରିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି। ଆଜି ୧୫ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। କନ୍ଧମାଳରେ ସର୍ବାଧିକ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ଆଜି…
