ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶିତ; ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ କଳା (+2 Arts) ଏବଂ ଧନ୍ଦାମୂଳକ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ୨ ଲକ୍ଷ ୧୯ ହଜାର ୭୧୬ ଜଣ ଛାତ୍ରଛାତ୍ରୀ ଯୁକ୍ତ୨ କଳା ପରୀକ୍ଷା ଦେଇଥିଲେ। ଏଥିରୁ ୧ ଲକ୍ଷ ୪୮ ହଜାର ୪୫୨ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।…
