Yaas:ବାଲେଶ୍ୱର ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବାଲେଶ୍ଵର: ପ୍ରାକୃତିକ ବିପର୍ଯ୍ୟୟ ଆମ ରାଜ୍ୟ ଓଡ଼ିଶା (Odisha) ପାଇଁ ନୂଆ କଥା ନୁହେଁ। କିନ୍ତୁ ଏହାର ମୁକାବିଲା ପାଇଁ ବ୍ୟାପକ ସ୍ଥାୟୀ ପଦକ୍ଷେପ ଗ୍ରହଣ କରିବା ଏକାନ୍ତ ଅପରିହାର୍ଯ୍ୟ ବୋଲି କେନ୍ଦ୍ର ପେଟ୍ରୋଲିୟମ୍ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Dharmendra Pradhan) କହିଛନ୍ତି। ଆଜି ବାଲେଶ୍ୱର ଜିଲ୍ଲାର ବାତ୍ୟା ପ୍ରଭାବିତ ଅଞ୍ଚଳ ଚାରଗୋଛିଆର କ୍ଷୟକ୍ଷତି ଅନୁଧ୍ୟାନ କରିବା ପରେ ମନ୍ତ୍ରୀ ଶ୍ରୀ ପ୍ରଧାନ ସାମ୍ବାଦିକମାନଙ୍କୁ କହିଛନ୍ତି ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଦୀର୍ଘସୂତ୍ରୀ…
