PM Modi Birthday: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମଦିନ; ରାଷ୍ଟ୍ରପତି,ଗୃହମନ୍ତ୍ରୀ ସମେତ ରୁଷ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା
ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Modi Birthday)ଙ୍କ ୭୦ ତମ ଜନ୍ମଦିନ। ଭାରତୀୟ ଜନତା ପାର୍ଟି ଏଥିପାଇଁ ସ୍ୱତନ୍ତ୍ର ପ୍ରସ୍ତୁତି ଚଳାଇଛି। ୧୪ ସେପ୍ଟେମ୍ବରରୁ ୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ ଏହି ଅବସରରେ ବିଜେପି ସେବା ସପ୍ତାହ ଆରମ୍ଭ କରିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ନେତା ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ…
