ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିବସ; କଥା ହେଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୫ବର୍ଷ ବୟସରେ ପ୍ରଦାର୍ପଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଏମ୍ ଭେଙ୍କିୟାନାଇଡୁ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଚା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘଜୀବନ ପାଇଁ ପ୍ରାର୍ଥନା କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଜଗନ୍ନାଥ ତାଙ୍କୁ ଦୀର୍ଘାୟୁ…
