ଦିନକୁ ଦିନ ନୂଆ ରେକର୍ଡ ସହ ବଢୁଛି କରୋନା ପଜିଟିଭ ସଂଖ୍ୟା , ଆଜି ୧୫୦୩ ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଆଜି ୧୫୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୦୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୫୦୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୯୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…
