ଓଡ଼ିଶାରେ ରେକର୍ଡ ସଂଖ୍ୟକ ୧୫୯୪ କରୋନା ପଜିଟିଭ ଚିହ୍ନଟ; କେବଳ ଗଞ୍ଜାମ ଏବଂ ଖୋର୍ଦ୍ଧା ରେ ୧୦୫୨
ରାଜ୍ୟରେ ଆଜି ୧୫୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୦୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୩୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ…
