Weather Report: ରାଜ୍ୟରେ ପ୍ରବଳ ଶୀତ ଜାରି
ଭୂବନେଶ୍ଵର: ରାଜ୍ୟରେ ଶୀତଲହରୀ ଅବ୍ୟାହତ ରହିଛି। ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଓ କୋରାପୁଟ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି। ସେହିପରି କୋରାପୁଟ୍, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଉଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି। ସେହିପରି ରାଜ୍ୟର ୧୨ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବାବେଳେ…
