ବଢୁଛି ଲୋକାଲ ସଂକ୍ରମିତ ଙ୍କ ସଂଖ୍ୟା , ରାଜ୍ୟରେ ରେକର୍ଡ ସଂଖ୍ୟକ ୧୨୬୪ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଆଜି ୧୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୮୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୪୧୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୭ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୫୪୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…
