ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ ୬୧୮ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ୬୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୨ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୮୬ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଖୋର୍ଦ୍ଧାରେ ଜିଲାରେ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…
