ରାଜ୍ୟରେ ନୂଆ ୫୯୧ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ
ରାଜ୍ୟରେ ଆଜି ୫୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୩୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୫ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୮୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଜିଲାରେ ୧୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।…
