Weather Report: ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ଵର: ପଶ୍ଚମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ – ଆଇ.ଏମ୍.ଡି.ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଏବଂ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ବିଶେଷକରି ସମୁଦ୍ରକୂଳିଆ ଅଞ୍ଚଳ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ଆସନ୍ତା…
