ରାଜ୍ୟରେ ନୂଆ ୬୪୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତ ଙ୍କ ସଂଖ୍ୟା ଦିନ କୁ ଦିନ ବଢୁଛି
ରାଜ୍ୟରେ ଆଜି ୬୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକ ରୁ ୮୪ ଓ ଭଦ୍ରକ ଜିଲାରେ ୧୨…
