Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନାଅନୁସାରେ ଏହି ସମୟ ମଧ୍ୟରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ,…
