PM SVANidhi:ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବନ୍ଧକବିହୀନ ଋଣ:ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା (PM SVANidhi scheme) ରେ ବନ୍ଧକବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଂଚଳର ୬୩ ହଜାର ୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୩ ହଜାର ୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି । ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶା ପାଇଁ ଉଠା ଦୋକାନୀଙ୍କ ବନ୍ଧକବିହୀନ ଋଣ ବାବଦକୁ ୮.୨ କୋଟି ଟଙ୍କା ମଞ୍ଜୁର…
