Cyclone Yaas:ୟାସ ବାତ୍ୟାର କ୍ଷୟ କ୍ଷତି ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଆସନ୍ତା କାଲି ଆସିବେ ଓଡ଼ିଶା
ନୂଆଦିଲ୍ଲୀ: ୟାସ ବାତ୍ୟା (Cyclone Yaas) ର ପ୍ରଭାବ ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (PM Narendra Modi) ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତୁତି, କ୍ଷୟକ୍ଷତି ଆକଳନ ଏବଂ ତତ୍ ସଂକ୍ରାନ୍ତ ବିଷୟର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଏକ ବିସ୍ତୃତ ଉପସ୍ଥାପନା କରିଥିଲେ। ଓଡ଼ିଶା ଓ ପଶ୍ଚିମବଙ୍ଗରେ ୪୬ଟି ଲେଖାଏଁ ଦଳ ସହିତ ଏନଡିଆରଏଫ (NDRF) ର ମୋଟ ୧୦୬ଟି ଦଳ ନିୟୋଜିତ କରାଯାଇଥିଲା। ଏମାନେ ଏକ ହଜାରରୁ ଅଧିକ…
