ଓଡ଼ିଶାରେ ୬ଟି ମେଡ଼ିକାଲ୍ କଲେଜର ନିର୍ମାଣ କାମ ଚାଲୁଅଛି:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ଵର:ଓଡିଶା ସମେତ ଦେଶରେ ବିଶ୍ୱମାନର ଚିକିତ୍ସା ସୁବିଧା ଭିତ୍ତିଭୂମି ଉପରେ ମୋଦୀ ସରକାର ଗୁରୁତ୍ୱ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ବିଗତ ୬ବର୍ଷ ମଧ୍ୟରେ ଓଡ଼ିଶାରେ ୬ଟି ମେଡ଼ିକାଲ୍ ସମେତ ସାରାଦେଶରେ ୧୫୦ଟି ନୂଆ ମେଡିକାଲ୍ କଲେଜ୍ ନିର୍ମାଣ କରିବାର କାମ ଆରମ୍ଭ କରିଦେଇଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ମୋଦୀ ସରକାରଙ୍କ ଦ୍ୱାରା ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଉପରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି…
