ଭାରତ ସରକାର ଓ ବିଶ୍ୱବ୍ୟାଙ୍କ ମଧ୍ୟରେ ୭୫୦ ନିୟୁତ ଡଲାରର ଚୁକ୍ତି ସ୍ୱାକ୍ଷରିତ
ବିଶ୍ୱବ୍ୟାଙ୍କ ଓ ଭାରତ ସରକାର ମଧ୍ୟରେ ଏକ ଆର୍ଥିକ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ବିଶ୍ୱବ୍ୟାଙ୍କ ଭାରତର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ପାଇଁ ଜରୁରୀକାଳୀନ ସହାୟତା କାର୍ଯ୍ୟକ୍ରମ ବାବଦରେ ୭୫୦ନିୟୁତ ଡଲାର ଯୋଗଇଦେବ । କରୋନା ମହାମାରୀ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଏହି ଉଦ୍ୟୋଗକୁ ଅର୍ଥ ଯୋଗାଣ ବୃଦ୍ଧି କରିବାରେ ଏହି ଅର୍ଥ ବ୍ୟୟ ହେବ। ପାଞ୍ଚ ବର୍ଷର କୋହଳ ସମୟ ସମେତ ମୋଟ ୧୯ବର୍ଷରେ ଭାରତକୁ କୋହଳ ହାରରେ ଏହି ଋଣ ପରିଶୋଧ କରିବାକୁ…
