Mahanadi: ମହାନଦୀ ଉପରେ ଦୁଇଟି ସେତୁର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିତ୍ତିପ୍ରସ୍ତର ସ୍ଥାପନ,ଦେଢ ଲକ୍ଷ ଲୋକ ହେବେ ଉପକୃତ
ଭୁବନେଶ୍ଵର: ଆଜି ତିର୍ତ୍ତୋଲ ଅଞ୍ଚଳରେ ମହାନଦୀ ଉପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ କୋଟି ଟଙ୍କା ବ୍ୟୟରେ ତିର୍ତ୍ତୋଲ-ପୋଷଳ (Tirtol-Posal) ଉଚ୍ଚ ସେତୁ ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ମହାନଦୀ ଉପରେ ୮୨ କୋଟି ୫୫ ଲକ୍ଷ ଟଙ୍କା ବ୍ୟୟରେ ଜଇପୁର-କଟିକଟା (Jaipur-Katikata) ସେତୁର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭିତ୍ତିଭୂମିର ବିକାଶ ଉପରେ ସବୁବେଳେ ଜୋର…
