ସୁଶାନ୍ତ ସିଂ ରାଜପୁତ ମାମଲା:ସିବିଆଇ ତଦନ୍ତ କରିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ କହିଛନ୍ତି
ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାରେ ନୂଆମୋଡ। ରିୟା ଚକ୍ରବର୍ତ୍ତୀଙ୍କ ଆବେଦନ ଉପରେ ଶୁଣାଣି ବେଳେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ସୁପାରିଶକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ପାଟନାରେ ଦାଖଲ ହୋଇଥିବା ମାମଲା ମୁମ୍ବାଇକୁ ସ୍ଥାନାନ୍ତର ପାଇଁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଆବେଦନ ଆଜି ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଜଷ୍ଟିସ ଋଷିକେଶ ରାୟଙ୍କ ଏକ ବେଞ୍ଚ ଏହି ମାମଲା ସ୍ଥାନାନ୍ତର ଦାବିରେ…
