Weather Report Odisha: ଆସନ୍ତା ୪ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର:ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ବର୍ଷା କାରଣରୁ କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା,…
