Covid-19 ରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା, ପରିବାର ପାଇବେ ପାଞ୍ଚ ଲକ୍ଷ ଟଙ୍କା
ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ (Information and Broadcasting) ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର (Prakash Javadekar) ଙ୍କ ତତ୍ତ୍ଵାବଧାନରେ ମନ୍ତ୍ରଣାଳୟ ନିଜ ପକ୍ଷରୁ ୨୦୨୦ ଓ ୨୦୨୧ରେ କୋଭିଡ-୧୯ (Covid-19) ରେ ପ୍ରାଣ ହରାଇଥିବା ସାମ୍ବାଦିକ (Journalist) ମାନଙ୍କ ସମ୍ପର୍କରେ ସବିଶେଷ ବିବରଣୀ ସଂଗ୍ରହ କରି ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ଯୋଜନା କରିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଶ୍ରୀ ଅମିତ ଖାରେଙ୍କ ଅଧ୍ୟକ୍ଷତାରେ…
