Home » Weather Report: ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି, ୧୩ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ

Weather Report: ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି, ୧୩ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ

Weather Report of Odisha
Share this:

ଭୂବନେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ସେହିପରି ୧୩ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି।

ସୋନପୁରରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ କରାଯାଇଥିବା ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହି ରି ଦାରିଙ୍ଗବାଡିର ତାପମାତ୍ରା ୯.୫, ଅନୁଗୁଳ ୧୦.୬, ଫୁଲବାଣୀ ୧୧.୩, କଟକ ୧୪.୮ ଏବଂ ଭୁବନେଶ୍ୱରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ତେବେ ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସେହିପରି ଦକ୍ଷିଣ ଆଣ୍ଡାମାନ୍‍ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂ ନେବାର ସମ୍ଭାବନା ରହିଛି। ଏହି ଲଘୁଚାପ ବଳୟ ଧୀରେ ଧୀରେ ପଶ୍ଚିମ ଆଡକୁ ଗତି କରିବା ସହ ଆସନ୍ତା ୨ ତାରିଖରେ ଦକ୍ଷିଣ ତାମିଲନାଡୁ ଉପକୂଳ ସ୍ପର୍ଶ କରିପାରେ। ଓଡ଼ିଶା ପ୍ରତି ବର୍ଷାର ସମ୍ଭାବନା କ୍ଷୀଣ ରହିଛି। ତେବେ ପାଗ ମେଘୁଆ ରହିପାରେ।

Share this: