ଭୁବନେଶ୍ଵର: Weather Report Odisha ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତକାଲି କେତେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ଜଣାପଡିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ବୁଧବାର ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାଖାପାଖି ଅଞ୍ଚଳରେ ବାୟୁମଣ୍ଡଳରେ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ଏବଂ ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।
ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି।
