Home » Weather Report: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା

Weather Report: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା

Weather Report of Odisha
Share this:

ଭୁବନେଶ୍ଵର: ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୧୧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ବଲାଙ୍ଗିର, ଗଞ୍ଜାମ ଏବଂ ସୋନପୁର ରହିଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଥିବାବେଳେ କନ୍ଧମାଳର ଦାରିଙ୍ଗବାଡି ଓ ଲମତାପୁଟରେ ୩ ସେଣ୍ଟିମିଟର ଲେଖାଏଁ ବର୍ଷା ରେକର୍ଡ କରାଯାଇଛି।

[amazon_auto_links id=”10233″]

Share this: