Home » Weather Report: ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ

Weather Report: ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ

Weather Report of Odisha
Share this:

ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟରହିଛି। ବର୍ତ୍ତମାନ ଏହା ଅବପାତରେ ପରିଣତ ହେବା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରାଯାଉଛି। ବିଶେଷକରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ସେଠାରେ ଅରେଞ୍ଜ୍‍ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ହେବାକୁ ଥିବା ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତ୍‍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Also Read | HCNG : ଆବଶ୍ୟକତା ପୂରଣ ପାଇଁ ସ୍ୱଚ୍ଛ ଏବଂ ନିର୍ଭରଯୋଗ୍ୟ ଉର୍ଜା ଯୋଗାଣ ସରକାରଙ୍କ ପ୍ରାଥମିକତା-ଧର୍ମେନ୍ଦ୍ର ପ୍ରଧାନ

Share this:

Leave a Reply

Your email address will not be published. Required fields are marked *