Home » Weather Report: ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ

Weather Report: ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ

Weather Report of Odisha
Share this:

ଭୁବନେଶ୍ଵର: ଓଡିଶା ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଏବେ ବି ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

✱To Become Amazon Prime Member @129/month … Click Here✱

ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ସୋମବାର ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ୨ରୁ ୩ ଦିନ ବର୍ଷା ଲାଗିରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Also Read | Job Card ରେ ଦୀପିକା ପାଦୁକୋନଙ୍କ ଫଟୋ

Share this: