Home » Weather Report: ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା

Weather Report: ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା

Weather Report of Odisha
Share this:

ଭୁବନେଶ୍ଵର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆଜି ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଉପକୂଳ ଅଞ୍ଚଳରେ ବର୍ଷା ହୋଇଛି।

ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଗୁଡ଼ିକ ହେଉଛି ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର। ଏହି ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ଭାବ୍ୟ ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‍ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

Also Read|Puri: ପୁରୀ ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ୍’ ଟ୍ୟାଗ୍ ପ୍ରମାଣପତ୍ର

Share this: